Respostas
respondido por:
0
Resposta:
ନିଉଟ୍ରନ୍ ଓ ପ୍ରୋଟୋନ୍ ଆଦିଙ୍କଦ୍ୱାରା ଗଠିତ ବୋଲି କୁହାଯାଇଛି । ଅନେକ ଦିନ ପର୍ଯ୍ୟନ୍ତ ଇଲେକ୍ଟ୍ରନ୍, ପ୍ରୋଟୋନ୍ ଆଦି ପଦାର୍ଥର କ୍ଷୁଦ୍ରତମ ଅଂଶ ବୋଲାଉଥିଲେ । କିନ୍ତୁ ପରବର୍ତ୍ତୀ ସମୟରେ ପରୀକ୍ଷାଦ୍ୱାରା ଜଣାପଡିଲା ଯେ ପରମାଣୁର ଏହି ତିନୋଟି ଅଂଶଙ୍କୁ ମୌଳିକ କ୍ଷୁଦ୍ରତମ କଣିକା ବୋଲି କୁହାଯାଇପାରିବ ନାହିଁ । ସେଥିପାଇଁ ଭୌତିକ ବିଜ୍ଞାନରେ ଏକ ମାନକ ମଡ଼େଲ୍ (ଈଂରାଜୀରେ Standard Model) ପ୍ରସ୍ତୁତ କରାଗଲା । ଏହି ମାନକ ମଡ଼େଲର ବ୍ୟବହାର କରି ଅଦ୍ୟାବଧି ଆବିଷ୍କୃତ ବିଭିନ୍ନ ପ୍ରକାରର ମୌଳିକ କ୍ଷୁଦ୍ରକଣିକା ଓ ୩ ପ୍ରକାରର ମୌଳିକ ବଳଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି । ସମଗ୍ର ବିଶ୍ୱରେ ଗବେଷଣାରତ ବୈଜ୍ଞାନିକମାନେ କ୍ରମାଗତ ଭାବେ ଏହି ମଡ଼େଲର ବିକାଶରେ ସହଯୋଗ କରିଛନ୍ତି । ୧୯୭୦ର ଦଶନ୍ଧିରେ ପ୍ରଥମେ କ୍ୱାର୍କ୍, ୧୯୯୫ ମସିହାରେ ଉର୍ଦ୍ଧ୍ୱ କ୍ୱାର୍କ୍, ୨୦୦୦ ମସିହାରେ ଟାଉ ନ୍ୟୁଟ୍ରିନୋ ଓ ୨୦୧୩ ମସିହାରେ ହିଗ୍ସ୍ ବୋଜୋନ୍ ଭଳି କ୍ଷୁଦ୍ରକଣମାନଙ୍କ ଆବିଷ୍କାର ଏହି ମଡ଼େଲକୁ ବଳିଷ୍ଠ କରିଛି
Perguntas similares
3 anos atrás
3 anos atrás
3 anos atrás
6 anos atrás
6 anos atrás
8 anos atrás
8 anos atrás